Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁଙ୍କ କୋପ ଇସ୍ରାଏଲବାସୀଙ୍କ ଉପରେ ପଡ଼ିଲା। ତେଣୁ ସେ ଅରାମ ନହରୟିମର ରାଜା କୂଶନରିଶିୟାଥୟିମର ହସ୍ତରେ ଇସ୍ରାଏଲବାସୀଙ୍କୁ ପରାସ୍ତ କଲେ। ତେଣୁ ଇସ୍ରାଏଲବାସୀମାନେ ଆଠ ବର୍ଷ ପର୍ଯ୍ୟନ୍ତ ତାଙ୍କର ସେବା କଲେ।

Gade chapit la Kopi




ବିଚାରକର୍ତ୍ତା 3:8
20 Referans Kwoze  

ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।


ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।


ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।


ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।


ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।


ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।


“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;


Swiv nou:

Piblisite


Piblisite