Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବ୍ଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅନିୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ପନ୍ନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍‌ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସେମାନଙ୍କୁ ସାହାଯ୍ୟ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସେହି ଲୋକର ନାମ ଥିଲା ଅତ୍ନୀୟେଲ। ସେ ଥିଲେ ‌‌‌କାଲେ‌ବଙ୍କର ସାନ ଭାଇ କ‌ନ୍‌ସରର ପୁତ୍ର।

Gade chapit la Kopi




ବିଚାରକର୍ତ୍ତା 3:9
15 Referans Kwoze  

ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।


ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।


ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।”


ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,


ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।


ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।


ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।


ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’


ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।


ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।


ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।


Swiv nou:

Piblisite


Piblisite