Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଏହୂଦ୍ଙ୍କର ମୃତ୍ୟୁ ଉତ୍ତାରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।

Gade chapit la Kopi

ପବିତ୍ର ବାଇବଲ

1 ଏହୂଦଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟମାନ ପୁନର୍ବାର କଲେ।

Gade chapit la Kopi




ବିଚାରକର୍ତ୍ତା 4:1
12 Referans Kwoze  

ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।


ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,


Swiv nou:

Piblisite


Piblisite