Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ବାରକ୍, ସବୂଲୂନ୍ ଓ ନପ୍ତାଲିକି ଏକତ୍ରରେ କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।

Gade chapit la Kopi

ପବିତ୍ର ବାଇବଲ

10 ବାରକ୍ କେଦଶ ସହରର ସବୂଲୂନ୍ ପରିବାରବର୍ଗ ଓ ନପ୍ତାଲିର ଲୋକମାନଙ୍କୁ ଏକତ୍ରିତ କରିଥିଲେ। ଅତଏବ, ସେ 10,000 ସୈନ୍ୟ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।

Gade chapit la Kopi




ବିଚାରକର୍ତ୍ତା 4:10
9 Referans Kwoze  

ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।


ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍‍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍‍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।


ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।


ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”


ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟି ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।


ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।


ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।


ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।


Swiv nou:

Piblisite


Piblisite