Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ଵଚ୍ଛନ୍ଦରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

Gade chapit la Kopi

ଓଡିଆ ବାଇବେଲ

2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲର ପୁରୁଷମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନେ ସୂତଃସ୍ପୁର୍ତ୍ତ ଭାବରେ ନିଜକୁ ଯୁଦ୍ଧ ପାଇଁ ଉତ୍ସର୍ଗ କଲେ। ଏଥିପାଇଁ ତୁମେ ସଦାପ୍ରଭୁଙ୍କର ଧନ୍ୟବାଦ କର।

Gade chapit la Kopi




ବିଚାରକର୍ତ୍ତା 5:2
23 Referans Kwoze  

ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;


କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।


ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି।


ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;


ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।


ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।


ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।


ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।


ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।


ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।


ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;


Swiv nou:

Piblisite


Piblisite