Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟ-ମାନଙ୍କ ହସ୍ତରେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

1 ପୁଣି ଥରେ ଇସ୍ରାଏଲୀୟମାନେ ତାହା କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି ବିବେଚନା କଲେ। ତେଣୁ ସଦାପ୍ରଭୁ ସାତ ବର୍ଷ ପାଇଁ ମିଦିୟନୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ଉପରେ ଶାସନ କରିବାକୁ ଦେଲେ।

Gade chapit la Kopi




ବିଚାରକର୍ତ୍ତା 6:1
16 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।


ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।


ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।


ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;


ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।


ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”


ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।


Swiv nou:

Piblisite


Piblisite