Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ଵୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।

Gade chapit la Kopi

ଓଡିଆ ବାଇବେଲ

5 କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ପଙ୍ଗପାଳର ଦଳପରି ସେମାନଙ୍କର ତମ୍ବୁ ଓ ପଶୁଗୁଡ଼ିକ ସହିତ ଅଧିକ ସଂଖ୍ୟାରେ ଆସିଲେ। ସେମାନେ ଓ ସେମାନଙ୍କର ଓଟଗୁଡ଼ିକ ଅଧିକ ଥିଲେ ଯେ ଏହା ଗଣନା କରିବା ଅସମ୍ଭବ।

Gade chapit la Kopi




ବିଚାରକର୍ତ୍ତା 6:5
13 Referans Kwoze  

ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।


ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।


ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।


ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।


ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।


ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।


ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।


ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।


ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।


ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।


ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।


ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।


Swiv nou:

Piblisite


Piblisite