Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକି ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରା; ପର୍ଯ୍ୟନ୍ତ ଗଲେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।

Gade chapit la Kopi

ପବିତ୍ର ବାଇବଲ

11 ମିଦିୟନୀୟମାନଙ୍କର ଛାଉଣିକୁ ଯାଅ। ସେମାନଙ୍କର କଥାସବୁ ଶୁଣ। ତେବେ ସେମାନଙ୍କୁ ଆକ୍ରମଣ କରିବାକୁ ତୁମ୍ଭେମାନେ ଭୟ କରିବ ନାହିଁ।” ତେଣୁ ଗିଦିୟୋନ ଓ ତାଙ୍କର ସେବକ ଫୁରା ମିଦିୟନୀୟର ଶିବିର ପାଖକୁ ଗଲେ।

Gade chapit la Kopi




ବିଚାରକର୍ତ୍ତା 7:11
15 Referans Kwoze  

ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।


ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।


ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।


ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।


ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”


ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Swiv nou:

Piblisite


Piblisite