Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରିଆସି କହିଲେ, “ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେତେବେଳେ ଗିଦିୟୋନ୍ ସେହି ସ୍ଵପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ-ଛାଉଣିକି ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ସେହି ସ୍ୱପ୍ନ ଓ ଏହାର ଅର୍ଥ ଶୁଣିସାରିବା ପରେ ଗିଦିୟୋନ ନତମସ୍ତକ କରି ସଦାପ୍ରଭୁଙ୍କର ଉପାସନା କଲେ ଏବଂ ତାଙ୍କର ଛାଉଣିକୁ ଫେରିଗଲେ। ସେଠାରେ ସେ ଇସ୍ରାଏଲର ସୈନ୍ୟମାନଙ୍କୁ କହିଲେ, “ଉଠ! ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦିୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”

Gade chapit la Kopi




ବିଚାରକର୍ତ୍ତା 7:15
15 Referans Kwoze  

ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।


ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।


ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”


ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।


ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।


ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”


ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।


ତହିଁରେ ଗିଦିୟୋନ୍‍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”


ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।


ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”


Swiv nou:

Piblisite


Piblisite