Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇଫ୍ରୟିମର ଲୋକମାନେ ତାଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟ; ବିବାଦ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‌ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଇଫ୍ରୟିମ ଲୋକମାନେ ଗିଦିୟୋନଙ୍କ ସହିତ କ୍ରୋଧ ହେଲେ। ସେମାନେ ଗିଦିୟୋନଙ୍କୁ ଦେଖିବା ମାତ୍ରେ ପଗ୍ଭରିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ କାହିଁକି ଏପରି ବ୍ୟବହାର କଲ? ତୁମ୍ଭେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା ପୂର୍ବରୁ ଆମକୁ କହିଲ ନାହିଁ କାହିଁକି?”

Gade chapit la Kopi




ବିଚାରକର୍ତ୍ତା 8:1
9 Referans Kwoze  

ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।


ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”


Swiv nou:

Piblisite


Piblisite