Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ?” ତହିଁରେ ସେମାନେ ଉତ୍ତର କଲେ, “ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ସେ ସେବହକୁ ଓ ସଲ୍ମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କିପ୍ରକାର ଲୋକ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ଏହା ପରେ ଗିଦିୟୋନ ସେବହ ଓ ସଲମୁନ୍ନକୁ କହିଲେ “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ହତ୍ୟା କଲ ସେମାନେ କିପରି ଲୋକ ଥିଲେ?” ସେବହ ଓ ସଲମୁନ୍ନ ଉତ୍ତର ଦେଲେ, “ସେହି ଲୋକମାନେ ତୁମ୍ଭପରି ଥିଲେ। ସେମାନେ ପ୍ରତ୍ୟେକେ ରାଜକୁମାର ଥିଲେ।”

Gade chapit la Kopi




ବିଚାରକର୍ତ୍ତା 8:18
10 Referans Kwoze  

ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍‍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”


ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।


ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।”


ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।


ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”


ସେମାନଙ୍କ କଟିରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।


Swiv nou:

Piblisite


Piblisite