Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ସେମାନେ ତାହାକୁ ବାଲ୍-ବରୀତର ମନ୍ଦିରରୁ ସତୁରି ଖଣ୍ତ ରୂପା ଦେଲେ, ତହିଁରେ ଅବୀମେଲକ୍ ବର୍ତ୍ତନ ଦେଇ ଅଗାଡ଼ି ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍ଗାମୀ ହେଲେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ପ୍ରାଚୀନମାନେ ତାକୁ ବା‌‌ଲ୍‌‌ବରୀତର ମନ୍ଦିରରୁ ସତୁରି ଖଣ୍ତ ରୂପା ଦେଲେ। ସେହି ରୂପାଖଣ୍ଡରେ ଅବୀମେଲକ୍ କେତେକ ଅଦରକାରୀ ଓ ଲୋକମାନଙ୍କୁ ରଖିଲା। ଯେଉଁଆଡ଼େ ସେ ଗଲା ସେମାନେ ତାକୁ ଅନୁସରଣ କଲେ।

Gade chapit la Kopi




ବିଚାରକର୍ତ୍ତା 9:4
11 Referans Kwoze  

ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।


କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।


ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।


ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।


ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।


ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।


ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।


ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!”


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


Swiv nou:

Piblisite


Piblisite