Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍‌ଙ୍କ ପୁତ୍ର ଯୋଥମ୍‍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ପୁଣି ପରମେଶ୍ଵର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲଙ୍କ ପୁତ୍ର ଯୋଥାମର ଶାପ ସେମାନଙ୍କ ଉପରେ ଫଳିଲା।

Gade chapit la Kopi

ଓଡିଆ ବାଇବେଲ

57 ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍‌ଙ୍କ ପୁତ୍ର ଯୋଥମ୍‍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।

Gade chapit la Kopi

ପବିତ୍ର ବାଇବଲ

57 ସଦାପ୍ରଭୁ ପରମେଶ୍ୱର ଶିଖିମ ନିବାସୀମାନଙ୍କର ସମସ୍ତ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ଯଥାର୍ଥ ଦଣ୍ତ ଦେଲେ ଏବଂ ଯିରୁବ୍ବା‌ଲ୍‌ର ପୁତ୍ର ଯୋଥମ୍ ଦେଇଥିବା ଅଭିଶାପ ସେମାନଙ୍କ ଉପରେ ପଡ଼ିଲା।

Gade chapit la Kopi




ବିଚାରକର୍ତ୍ତା 9:57
14 Referans Kwoze  

ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”


ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।


ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ଯେପରି ଯିରୁବ୍ବାଲ୍‍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍‍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।


ଏହିରୂପେ ଅବୀମେଲକ୍‍ ଆପଣାର ସତୁରି ଭାଇଙ୍କୁ ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ୱର ତହିଁର ପ୍ରତିଫଳ ତାହାକୁ ଦେଲେ;


ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।


ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


Swiv nou:

Piblisite


Piblisite