Biblia Todo Logo
Bib sou entènèt

- Piblisite -




ଯିରିମୀୟ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ବାଦାମ ବୃକ୍ଷର ଏକ ଦଣ୍ତ ଦେଖୁଅଛି।

Gade chapit la Kopi

ଓଡିଆ ବାଇବେଲ

11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ଯଥା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”

Gade chapit la Kopi




ଯିରିମୀୟ 1:11
11 Referans Kwoze  

ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;


ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”


ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”


ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।


ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”


ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।


ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।


ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”


ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite