Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ଵାରା କାରିଗରର ହସ୍ତକୃତ କର୍ମ।

Gade chapit la Kopi

ଓଡିଆ ବାଇବେଲ

3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।

Gade chapit la Kopi

ପବିତ୍ର ବାଇବଲ

3 ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ। ସେଗୁଡ଼ିକ ଦେବତା ନୁହନ୍ତି।

Gade chapit la Kopi




ଯିରିମୀୟ 10:3
17 Referans Kwoze  

ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?


ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।


ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।


ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


Swiv nou:

Piblisite


Piblisite