Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ ।

Gade chapit la Kopi

ଓଡିଆ ବାଇବେଲ

5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା ଓ କଥା କହନ୍ତି ନାହିଁ। ସେମାନଙ୍କୁ ବହନ କରିବାକୁ ହୁଏ କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ। ତେଣୁ ସେମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।”

Gade chapit la Kopi




ଯିରିମୀୟ 10:5
16 Referans Kwoze  

ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।


ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।


ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”


ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।


Swiv nou:

Piblisite


Piblisite