Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତିନ୍ତ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

10 ସେମାନଙ୍କର ପୂର୍ବପୁରୁଷମାନଙ୍କ ପରି ସେମାନେ ଅଧର୍ମ ଆଚରଣ କରିଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଆମ୍ଭର ବାକ୍ୟ ଅଗ୍ରାହ୍ୟ କଲେ ଓ ଅନ୍ୟ ଦେବଗଣଙ୍କୁ ସେବା କଲେ। ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସେମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”

Gade chapit la Kopi




ଯିରିମୀୟ 11:10
36 Referans Kwoze  

ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।


ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।


ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।


କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।


ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,


ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।


ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।


ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!


ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,


ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।


ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”


Swiv nou:

Piblisite


Piblisite