Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି , ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।

Gade chapit la Kopi

ପବିତ୍ର ବାଇବଲ

15 “ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି। ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ? ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?”

Gade chapit la Kopi




ଯିରିମୀୟ 11:15
29 Referans Kwoze  

ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।


ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;


ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।


ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।


କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।


ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?


ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”


“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।


Swiv nou:

Piblisite


Piblisite