Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶା; ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।

Gade chapit la Kopi

ପବିତ୍ର ବାଇବଲ

19 ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।”

Gade chapit la Kopi




ଯିରିମୀୟ 11:19
28 Referans Kwoze  

କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।


ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।


ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।


ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।


ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ।


ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।


ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।


ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।


ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।


ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।


କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।


ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]


ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;


ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।


ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।


ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।


ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”


ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।


Swiv nou:

Piblisite


Piblisite