Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ଼୍‍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;

Gade chapit la Kopi

ଓଡିଆ ବାଇବେଲ

22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;

Gade chapit la Kopi

ପବିତ୍ର ବାଇବଲ

22 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ଖୁବ୍ ଶୀଘ୍ର ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା। ସେମାନଙ୍କର ଯୁବାଗଣ ‌‌ଖ‌ଡ଼୍‌ଗରେ ନିହିତ ହେବେ ଓ ସେମାନଙ୍କର ପୁତ୍ରକନ୍ୟାଗଣ ଦୁର୍ଭିକ୍ଷରେ ମରିବେ।

Gade chapit la Kopi




ଯିରିମୀୟ 11:22
9 Referans Kwoze  

ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”


କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;


ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।


“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite