Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?

Gade chapit la Kopi

ଓଡିଆ ବାଇବେଲ

27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?

Gade chapit la Kopi

ପବିତ୍ର ବାଇବଲ

27 ଆମ୍ଭେ ପର୍ବତଗୁଡ଼ିକ ଉପରେ ତୁମ୍ଭର ଘୃଣ୍ୟକର୍ମ, ବ୍ୟଭିଗ୍ଭର, ହିଁ ହିଁ ହେବାର ଶବ୍ଦ ଓ ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ଯିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତେକାଳ ଏହି ପାପକର୍ମ କରିଗ୍ଭଲିବ?”

Gade chapit la Kopi




ଯିରିମୀୟ 13:27
32 Referans Kwoze  

ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?


ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।


“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।


ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।


ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?


ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍‍ ଧିକ୍‍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,


ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।


Swiv nou:

Piblisite


Piblisite