Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ ଓ ମନ୍ତ୍ର ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ସେହି ଭବିଷ୍ୟ‌ଦ୍‌ବକ୍ତାମାନେ ଆମ୍ଭ ବିଷୟରେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରନ୍ତି। ଆମ୍ଭେ ସେମାନଙ୍କୁ ପ୍ରଗ୍ଭର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସେମାନଙ୍କୁ କହିବାକୁ ଆଜ୍ଞା ଦେଇ ନାହୁଁ। ସେମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀ ଓ ମୂଲ୍ୟହୀନ ଦୈବିତ୍ୱ ପ୍ରଗ୍ଭର କରୁଛନ୍ତି। ସେମାନେ ସେମାନଙ୍କର ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଛନ୍ତି।

Gade chapit la Kopi




ଯିରିମୀୟ 14:14
32 Referans Kwoze  

କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ ବଂଶ ମଧ୍ୟରେ ଆଉ ରହିବ ନାହିଁ।


“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?


‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;


ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।


“ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।


ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’


Swiv nou:

Piblisite


Piblisite