Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ଏହି ଦେଶରେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ନୋହିବ, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ବିନଷ୍ଟ ହେବେ।

Gade chapit la Kopi

ଓଡିଆ ବାଇବେଲ

15 ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।

Gade chapit la Kopi

ପବିତ୍ର ବାଇବଲ

15 ଏଣୁ ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏ ଦେଶରେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେହିମାନଙ୍କ ବିଷୟରେ ସଦାପ୍ରଭୁ କହନ୍ତି, ‘ସେହି ଭବିଷ୍ୟ‌ଦ୍‌ବକ୍ତାମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।

Gade chapit la Kopi




ଯିରିମୀୟ 14:15
26 Referans Kwoze  

ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”


ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”


ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।


ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”


ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,


ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।


Swiv nou:

Piblisite


Piblisite