Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।’”

Gade chapit la Kopi

ପବିତ୍ର ବାଇବଲ

16 ପୁଣି ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। ସେମାନେ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ ହେତୁରୁ ଯିରୁଶାଲମର ସଡ଼କରେ ପକାଯିବେ। ଆଉ ସେମାନଙ୍କୁ ସେମାନଙ୍କର ସ୍ତ୍ରୀ ଏବଂ ସେମାନଙ୍କର ପୁତ୍ରକନ୍ୟାମାନଙ୍କୁ କବର ଦେବାକୁ କେହି ନ ଥିବେ। କାରଣ ଆମ୍ଭେ ସେମାନଙ୍କର ଦୁଷ୍ଟତା ସେମାନଙ୍କର ଉପରେ ଢାଳିଦେବା।’

Gade chapit la Kopi




ଯିରିମୀୟ 14:16
23 Referans Kwoze  

ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।


ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।


ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”


କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।


ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।


ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।


ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”


ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


Swiv nou:

Piblisite


Piblisite