Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

17 “ହେ ଯିରିମିୟ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, ‘ଆମ୍ଭ ଚକ୍ଷୁରୁ ଦିବାରାତ୍ରି ଲୋତକ ବହିବ, ତାହା କେବେ ନିବୃତ୍ତ ହେବ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ୟା ପାଇଁ ଆମ୍ଭ ହୃଦୟ କାନ୍ଦିବ। ଯେହେତୁ ତାହା ମହାଭଙ୍ଗରେ ଓ ମହା ଦୁଃଖଦାୟକ କ୍ଷତରେ ଭଗ୍ନ ହୋଇଅଛି।

Gade chapit la Kopi




ଯିରିମୀୟ 14:17
20 Referans Kwoze  

ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।


ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।


ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।


“ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


Swiv nou:

Piblisite


Piblisite