Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ଵୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

20 ହେ ପରମେଶ୍ୱର, ଆମ୍ଭେମାନେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ। ହଁ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।

Gade chapit la Kopi




ଯିରିମୀୟ 14:20
21 Referans Kwoze  

ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।”


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।


ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”


ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।


“ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।


ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।


ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”


ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।


Swiv nou:

Piblisite


Piblisite