Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ

14 ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁଗଣର ଅଜ୍ଞାତ ଏକ ଦେଶକୁ କ୍ରୀତଦାସ କରି ନେଇଯିବା। କାରଣ କ୍ରୋଧାଗ୍ନି ପ୍ରଜ୍ୱଳିତ ହୋଇଅଛି। ତାହା ତୁମ୍ଭମାନଙ୍କୁ ଦ‌ଗ୍‌ଧ କରିବ।”

Gade chapit la Kopi




ଯିରିମୀୟ 15:14
18 Referans Kwoze  

ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”


ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।


ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।


ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


Swiv nou:

Piblisite


Piblisite