Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେବେ ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯେବେ ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ , ତେବେ ତୁମ୍ଭେ ଆମ୍ଭର ମୁଖ ସ୍ଵରୂପ ହେବ; ସେମାନେ ତୁମ୍ଭ କତିକି ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ କତିକି ଫେରି ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯଦି ଫେରିବ ଓ ଆମ୍ଭର ସେବା କରିବ, ତେବେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫେରାଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ୟହୀନ କଥା ନ କହି ମୂଲ୍ୟବାନ୍ କଥା କହିବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ। ସେମାନେ ତୁମ୍ଭ ପାଖକୁ ଫେରି ଆସିବେ। ମାତ୍ର ତୁମ୍ଭେ ସେମାନଙ୍କ ପାଖକୁ ଫେରିଯିବ ନାହିଁ।

Gade chapit la Kopi




ଯିରିମୀୟ 15:19
34 Referans Kwoze  

“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।


ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣି ପାରିବ;


ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।


କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।


ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”


ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”


ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।


ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;


ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


ଏହିସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


Swiv nou:

Piblisite


Piblisite