Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵରଙ୍କ ବିରୁଦ୍ଧରେ କି ପାପ କରିଅଛୁ?

Gade chapit la Kopi

ଓଡିଆ ବାଇବେଲ

10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି ? ଅବା ଆମ୍ଭମାନଙ୍କର ଅପରାଧ କି ? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ ?

Gade chapit la Kopi

ପବିତ୍ର ବାଇବଲ

10 “ହେ ଯିରିମିୟ, ତୁମ୍ଭେ ଯେତେବେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସେମାନେ ସେତେବେଳେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି? ଆମ୍ଭେମାନେ କି ଅପରାଧ କରିଅଛୁ? ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ କି ପାପ କରିଅଛୁ?’

Gade chapit la Kopi




ଯିରିମୀୟ 16:10
11 Referans Kwoze  

ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”


ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”


ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।


Swiv nou:

Piblisite


Piblisite