Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶରେ ନିକ୍ଷେପ କରିବା। ଆଉ ସେଠାରେ ତୁମ୍ଭେମାନେ ଦିବାରାତ୍ରି ଅନ୍ୟ ଦେବଗଣର ସେବା କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାଯ୍ୟ ବା ଅନୁଗ୍ରହ କରିବା ନାହିଁ।’

Gade chapit la Kopi




ଯିରିମୀୟ 16:13
21 Referans Kwoze  

ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।


ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”


ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।


ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।


ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।


Swiv nou:

Piblisite


Piblisite