Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିହୁଦାର ପାପ ଲୌହ-ଲେଖନୀରେ ଓ ହୀରକର କଣ୍ଟକ ଦ୍ଵାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ-ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।;

Gade chapit la Kopi

ଓଡିଆ ବାଇବେଲ

1 ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

1 “ଯିହୁଦାର ପାପ ଏପରି ଏକ ସ୍ଥାନରେ ଲିଖିତ ହୋଇଅଛି, ଯାହାକୁ ସେମାନେ ଲିଭାଇ ପାରିବେ ନାହିଁ। ସେମାନଙ୍କର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ୱାରା ପଥର ଫଳକରେ ଲିଖିତ ହୋଇଅଛି। ଯେଉଁଟା କି ସେମାନଙ୍କର ହୃଦୟ। ଆଉ ସେମାନଙ୍କର ଯଜ୍ଞବେଦିର ଶିଙ୍ଗରେ ତାହା ଖୋଦିତ ହୋଇଅଛି।

Gade chapit la Kopi




ଯିରିମୀୟ 17:1
15 Referans Kwoze  

ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।


ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।


ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।


ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।


ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।


ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।


କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।


Swiv nou:

Piblisite


Piblisite