Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ଓ ଅଧିପତିଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ଵାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

Gade chapit la Kopi

ଓଡିଆ ବାଇବେଲ

25 ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

Gade chapit la Kopi

ପବିତ୍ର ବାଇବଲ

25 “‘ତେବେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ୱରେ ଚଢ଼ି ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୁଶାଲମ ନିବାସୀମାନେ ଏହି ନଗରଦ୍ୱାର ମଧ୍ୟରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

Gade chapit la Kopi




ଯିରିମୀୟ 17:25
21 Referans Kwoze  

କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।


କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”


ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।


ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।


ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।


ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।


ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।


Swiv nou:

Piblisite


Piblisite