Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ତ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

20 ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ ? କାରଣ ସେମାନେ ମୋ’ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

20 ଲୋକେ ମଙ୍ଗଳ ପରିଶୋଧରେ କ’ଣ ଅମଙ୍ଗଳ କରିବେ? ତୁମ୍ଭେ ସ୍ମରଣ କର, ମୁଁ କିପରି ସେମାନଙ୍କର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇଥିଲି ଓ ସେମାନଙ୍କୁ ଦଣ୍ଡ ନ ଦେବା ପାଇଁ କହିଥିଲି। ମାତ୍ର ସେମାନେ ମୋର ବିନାଶ ନିମନ୍ତେ ଗର୍ତ୍ତ ଖୋଳି ଅଛନ୍ତି।

Gade chapit la Kopi




ଯିରିମୀୟ 18:20
31 Referans Kwoze  

ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]


ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।


ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।


ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।


ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।


ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।


ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।


ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।


ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।


ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।


ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।


ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;


କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।


ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।


ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


Swiv nou:

Piblisite


Piblisite