Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’”

Gade chapit la Kopi

ପବିତ୍ର ବାଇବଲ

15 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”

Gade chapit la Kopi




ଯିରିମୀୟ 19:15
23 Referans Kwoze  

ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।


ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।


ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’


“ଆମୋନ୍‍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।


ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।


ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;


ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


Swiv nou:

Piblisite


Piblisite