Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ।

Gade chapit la Kopi

ଓଡିଆ ବାଇବେଲ

8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ଏହି ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିବା। ଯେତେବେଳେ ଲୋକମାନେ ଯିରୁଶାଲମ ଦେଇ ଯିବେ, ସେମାନେ ଯାହା ଦେଖିବେ ସେଥିରେ ଆଘାତ ପାଇବେ। ଯେତେବେଳେ ସେମାନେ ଧ୍ୱସ୍ତ ନଗରୀକୁ ଦେଖିବେ, ସେମାନେ ଆତଙ୍କିତ ହେବେ ଓ ବୀଭିଷିକା ପ୍ରକାଶ କରିବା ପାଇଁ ଶୀସ୍ ଶବ୍ଦ କରିବେ।

Gade chapit la Kopi




ଯିରିମୀୟ 19:8
14 Referans Kwoze  

ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’


ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


ଅର୍ଥାତ୍‍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍‍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।


ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;


ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


Swiv nou:

Piblisite


Piblisite