ଯିରିମୀୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ? Gade chapit laପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ? Gade chapit laଓଡିଆ ବାଇବେଲ17 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ? Gade chapit laପବିତ୍ର ବାଇବଲ17 ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି। କାରଣ ପରମେଶ୍ୱର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନେବା ବେଳେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିଅଛ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।