Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

2 “ହେ ଯିରିମିୟ, ଯାଅ, ଯିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଗ୍ଭର କରି ଏହିକଥା କୁହ, ସଦାପ୍ରଭୁ ଏହିକଥା କହିଲେ: “‘ତୁମ୍ଭେମାନେ ଯୌବନ କାଳରେ ଅତ୍ୟନ୍ତ ବିଶ୍ୱସ୍ତ ଥିଲ, ବିବାହ ସମୟରେ ପ୍ରେମ କଲ, ମୋ’ ପଛେ ପଛେ ଧାଉଁଥିଲ ଏବଂ ତୁମ୍ଭେମାନେ ମୋତେ ପ୍ରାନ୍ତରରେ ଅନୁସରଣ କଲ, ଯେଉଁ ଭୂମିରେ କିଛି ଜନ୍ମେ ନାହିଁ।

Gade chapit la Kopi




ଯିରିମୀୟ 2:2
39 Referans Kwoze  

ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।


ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।


ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।


“ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।


ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ଯାହାର କାନ ଅଛି, ସେ ଶୁଣୁ।


ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।


ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।


ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।


ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।


ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।


ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।


“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;


ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?


ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’


ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?


କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।


ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


Swiv nou:

Piblisite


Piblisite