Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;

Gade chapit la Kopi

ଓଡିଆ ବାଇବେଲ

23 ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;

Gade chapit la Kopi

ପବିତ୍ର ବାଇବଲ

23 “ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବା‌ଲ୍‌ଦେବଗଣର ପଶ୍ଚା‌‌ଦ୍‌‌ଗାମୀ ହୋଇ ନାହୁଁ?’ ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।

Gade chapit la Kopi




ଯିରିମୀୟ 2:23
24 Referans Kwoze  

ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।


ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।


ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”


କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।


ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


Swiv nou:

Piblisite


Piblisite