Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି ।

Gade chapit la Kopi

ଓଡିଆ ବାଇବେଲ

28 ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି ? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

28 ମାତ୍ର ତୁମ୍ଭେମାନେ ନିଜ ପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଆସନ୍ତୁ ଓ ଯଦି ପାରନ୍ତି ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ। କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ୟାନୁସାରେ ତୁମ୍ଭର ଦେବତାମାନେ ଅଛନ୍ତି

Gade chapit la Kopi




ଯିରିମୀୟ 2:28
16 Referans Kwoze  

କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ?


ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”


ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।


ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”


ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।


ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।


ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।


ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।


Swiv nou:

Piblisite


Piblisite