Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛଣ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।

Gade chapit la Kopi

ଓଡିଆ ବାଇବେଲ

36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।

Gade chapit la Kopi

ପବିତ୍ର ବାଇବଲ

36 ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।

Gade chapit la Kopi




ଯିରିମୀୟ 2:36
22 Referans Kwoze  

ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”


ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।


ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।


ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।


ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।


ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।


ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”


ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।


“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।


ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।


Swiv nou:

Piblisite


Piblisite