Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି ଓ ଅସାର ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି ଅସାର ହୋଇଅଛନ୍ତି?

Gade chapit la Kopi




ଯିରିମୀୟ 2:5
24 Referans Kwoze  

ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।


କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।


ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।


ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।


ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’


‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣକୁ, ହଁ, ତୁମ୍ଭର ଭ୍ରାତୃଗଣକୁ, ତୁମ୍ଭର କୁଟୁମ୍ବବର୍ଗୀୟ ଲୋକମାନଙ୍କୁ ଓ ସମୁଦାୟ ଇସ୍ରାଏଲ ବଂଶୀୟ ସମସ୍ତଙ୍କୁ କହିଅଛନ୍ତି, ‘ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ଦୂରକୁ ଯାଅ; ଏହି ଦେଶ ଅଧିକାରାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି;’


ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


Swiv nou:

Piblisite


Piblisite