Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ, ‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରରେ ମରୁଭୂମି ଓ ଗର୍ତ୍ତମୟ ଦେଶରୁ ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି?’

Gade chapit la Kopi




ଯିରିମୀୟ 2:6
26 Referans Kwoze  

ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।


ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।


ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”


ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।


ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।


‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।


ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।


‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି


ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।


ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।


ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।


ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;


ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।


Swiv nou:

Piblisite


Piblisite