Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶଦ୍ଦ ଶୁଣୁ;

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;

Gade chapit la Kopi

ପବିତ୍ର ବାଇବଲ

16 ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ। ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।

Gade chapit la Kopi




ଯିରିମୀୟ 20:16
25 Referans Kwoze  

ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,


କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”


ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।


ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”


“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;


ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।


ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।


ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।


ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;


Swiv nou:

Piblisite


Piblisite