Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍‍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍‍ଗରେ ବଧ କରିବ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ

4 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ‌‌ଖ‌ଡ଼୍‌ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।

Gade chapit la Kopi




ଯିରିମୀୟ 20:4
22 Referans Kwoze  

‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।


“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।


ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।


Swiv nou:

Piblisite


Piblisite