Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ଵ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”

Gade chapit la Kopi

ପବିତ୍ର ବାଇବଲ

6 ପୁଣି ହେ ପ‌‌‌ଶ୍‌‌‌ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’”

Gade chapit la Kopi




ଯିରିମୀୟ 20:6
25 Referans Kwoze  

ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।


ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”


ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ଯିରିମୀୟ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍‍ହୂର ତାହା ଶୁଣିଲା।


ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


Swiv nou:

Piblisite


Piblisite