Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ଵାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଓଡିଆ ବାଇବେଲ

2 ‘ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ

2 ‘ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜା, ତୁମ୍ଭେ ଓ ତୁମ୍ଭର ଦାସଗଣ ଏହିସବୁ ଫାଟକ ଦେଇ ପ୍ରବେଶ କର ଏବଂ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଶୁଣ।

Gade chapit la Kopi




ଯିରିମୀୟ 22:2
18 Referans Kwoze  

ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,


କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’


ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।


ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


“ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।


Swiv nou:

Piblisite


Piblisite