ଯିରିମୀୟ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ20 ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ20 “ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।