Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର ? ସେ କି ଅପ୍ରୀତିକର ପାତ୍ର ? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

28 କନିୟ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ୟ ଯାହା ବାହାରେ ନିକ୍ଷିପ୍ତ ହେବା ଯୋଗ୍ୟ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହୋଇ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ?

Gade chapit la Kopi




ଯିରିମୀୟ 22:28
20 Referans Kwoze  

ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।


ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।


ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।


ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।


ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”


ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।


ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।


ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”


ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;


ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;


ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


Swiv nou:

Piblisite


Piblisite