Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରା ସମାନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ

14 ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ। ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।”

Gade chapit la Kopi




ଯିରିମୀୟ 23:14
45 Referans Kwoze  

କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”


ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;


ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;


ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;


ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା।


ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।


“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


ସେହି ସମୁଦାୟ ନଗର ଓ ପ୍ରାନ୍ତର ଓ ତନ୍ମଧ୍ୟସ୍ଥିତ ଲୋକ ଓ ସେହି ଭୂମିରେ ଜାତ ସକଳ ପଦାର୍ଥ ଉତ୍ପାଟନ କଲେ।


‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?


Swiv nou:

Piblisite


Piblisite