Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ଵର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?

Gade chapit la Kopi

ଓଡିଆ ବାଇବେଲ

24 ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?

Gade chapit la Kopi

ପବିତ୍ର ବାଇବଲ

24 ସଦାପ୍ରଭୁ କହନ୍ତି, କୌଣସି ବ୍ୟକ୍ତି ଆମ୍ଭଠାରୁ ନିଜକୁ ଗୋପନୀୟ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ୱର୍ଗ ଓ ମର୍ତ୍ତ୍ୟ ସବୁଠାରେ ବ୍ୟାପି ରହିଅଛୁ।”

Gade chapit la Kopi




ଯିରିମୀୟ 23:24
28 Referans Kwoze  

ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।


ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?


ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?


ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।


ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”


ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।


ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।


ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।


ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।


କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।


ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।


ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ


Swiv nou:

Piblisite


Piblisite